ବଦଳିଲା ବାତ୍ୟାର ଗତିପଥ
ଭୁବନେଶ୍ୱର,୨୪।୧୦: ବାତ୍ୟା ଉପରେ ପଶ୍ଚିମାଝଡ଼ର ପ୍ରଭାବକୁ ନେଇ ବିଶେଷଜ୍ଞ କରୁଛନ୍ତି ଆକଳନ । ପଶ୍ଚିମାଝଡ଼ ଆସିଲେ ଗତିପଥ ବଦଳାଇପାରେ ବାତ୍ୟା । ଏପରି ହେଲେ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିବାର ଯଥେଷ୍ଟ ସମ୍ଭାବନା । ବଢ଼ି ଯାଇପାରେ ପବନର ଗତି । ସମୁଦ୍ର ପତନରେ ପାଣିପାଗ ଉପରେ ନଜର ରଖିଛନ୍ତି ବିଶେଷଜ୍ଞ ।
ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଙ୍ଗୋପସାଗର ରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ । ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ ଦେଇ ଅତିକ୍ରମ କରିପାରେ ଉପକୂଳ । ତେବେ ଲଘୁଚାପ ଅବପାତର ରୂପ ନେବା ପରେ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ଆଇଏମଡି । ପାଣିପାଗ ବିଶେଷଜ୍ଞମାନେ ମଧ୍ୟ ସମାନ ଆକଳନ କରିଛନ୍ତି।
ବାତ୍ୟା ପ୍ରଭାବରେ ଓଡ଼ିଶାରେ ୨୬ରୁ ୨୯ପର୍ଯ୍ୟନ୍ତ ବଡ଼ ବର୍ଷା ହୋଇପାରେ । ୨୬ ତାରିଖରେ ଦକ୍ଷିଣ, ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବାର ଆଶଙ୍କା ରହିଛି । ୨୭ରେ ରାୟଗଡ଼ା, ଗଞ୍ଜାମ, ଗଜପତିକୁ ଅରେଞ୍ଜ ଆଲର୍ଟ । ୨୮ରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୨୯ରେ ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ ।
ଅକ୍ଟୋବର ୨୮ ତାରିଖ (ବୁଧବାର) ସକାଳ ସାଢ଼େ ୮ଟାରୁ ଅକ୍ଟୋବର ୩୦ (ଗୁରୁବାର) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଂଜାମ, ବାଲେଶ୍ବର, ମୟୂରଭଂଜ ଓ ଭଦ୍ରକ ଜିଲ୍ଲାକୁ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମାଲକାନଗିରି, କନ୍ଧାମାଳ, ରାୟଗଡ଼ା, କୋରାପୁଟ, ମୟୂରଭଂଜ, ଢେଙ୍କାନା
