ରାଜ୍ୟରେ ୭.୯୪ ଲକ୍ଷ ମେଟ୍ରିକ୍ ଟନ୍ ସାର ଉପଲବ୍ଧ

Jul 18, 2025 - 17:04
 1
ରାଜ୍ୟରେ ୭.୯୪ ଲକ୍ଷ ମେଟ୍ରିକ୍ ଟନ୍ ସାର ଉପଲବ୍ଧ

ଚଳିତ ବର୍ଷ ଖରିଫ ଫସଲ ପାଇଁ ରାଜ୍ୟରେ ୭.୯୪ ଲକ୍ଷ ମେଟ୍ରିକ୍ ଟନ୍ ସାର ଉପଲବ୍ଧ ହୋଇଛି । କଳାବଜାରୀ ଓ ନକଲି ସାର କାରବାର ରୋକିବା ପାଇଁ ମାର୍କଫେଡ୍ ଅଧିକାରୀମାନେ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସାର ବଣ୍ଟନ କାରବାରକୁ ସୁନିୟନ୍ତ୍ରିତ କରିବାକୁ କୃଷି, ରାଜସ୍ୱ ଏବଂ ପୁଲିସ ବିଭାଗକୁ ନେଇ ଜିଲ୍ଲା ଏବଂ ବ୍ଲକ ସ୍ତରରେ ଏନ୍ଫୋର୍ସମେଣ୍ଟ ସ୍କ୍ୱାଡ୍ ଗଠନ କରାଯାଇଛି ।

ସାର ଖୁଚୁରା ବିକ୍ରେତା ଏବଂ ପାଇକାରୀ ବିକ୍ରେତା ପଏଣ୍ଟଗୁଡ଼ିକର ଅଚାନକ ଯାଞ୍ଚ ଏବଂ  ବେଆଇନ କାର୍ଯ୍ୟ ରୋକିବାକୁ ପଦକ୍ଷେପ ନିଆଯାଇଛି । ଏଥି ମଧ୍ୟରେ ରାଜ୍ୟରେ ୧୯୯୩ ଖୁଚୁରା ବିକ୍ରେତା ପଏଣ୍ଟ ଯାଞ୍ଚ କରି ୪୨୭ ଖୁଚୁରା ବିକ୍ରେତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ୮ ଟି ମାମଲାରେ ବିକ୍ରୟ ବନ୍ଦ ନୋଟିସ୍ ଜାରି କରାଯାଇଥିବା ବେଳେ  ଏଫ୍ସିଓ ନିୟମ ଉଲ୍ଲଂଘନ ପାଇଁ ୨୫ ଟି ଡିଲର ଲାଇସେନ୍ସକୁ ବାତିଲ କରାଯାଇଛି ।