ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । ଦୂର ଦୂରାନ୍ତରୁ ପାଣି ଆଣି କାଉଡ଼ିଆଙ୍କ ଲମ୍ୱାଧାଡ଼ି ବିଭିନ୍ନ ଶୈବ ପୀଠକୁ ଲମ୍ୱିଛି । ଅନେକ ଶ୍ରଦ୍ଧାଳୁ ପାଣି ଭାର ଉଠାଇ ମାଇଲ ମାଇଲ ବାଟ ଚାଲି ଶିବଙ୍କୁ ଜଳ ଲାଗି କରିବାକୁ ବାହାରିଛନ୍ତି ।
ଶ୍ରାବଣ ମାସରେ ଦେବ ଦେବ ମହାଦେବଙ୍କୁ ଜଳ ଲାଗି ଗଲେ ମାନସିକ ପୂରଣ ହୁଏ ବୋଲି ବିଶ୍ୱାସ ରହିଛି । ସେଥିପାଇଁ ମାସକ ପୂର୍ବରୁ ଜଳ ଲାଗି କରିବାକୁ ଯାଉଥିବା କାଉଡ଼ିଆ ରୀତି ନୀତି ପାଳନ କରିଥାଆନ୍ତି । ଶ୍ରାବଣ ମାସ ସାରା ପ୍ରତିଟି ସୋମବାର ବିଭିନ୍ନ ନଦୀରୁ ଜଳ ସଂଗ୍ରହ କରି ଖାଲିପାଦରେ ବାହୁଙ୍ଗା ବୋହି ପାଦରେ ଚାଲି ଚାଲି ନିଷ୍ଠାର ସହ ଶୈବପୀଠକୁ ଆଣି ଭୋଳାବାବାଙ୍କୁ ଜଳ ଲାଗି କରିଥାଆନ୍ତି ।