ଗିରଫ ହେଲେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୂପେଶ ବାଘେଲଙ୍କ ପୁଅ

ଗିରଫ ହେଲେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୂପେଶ ବାଘେଲଙ୍କ ପୁଅ । ଆଜି ସକାଳେ ଭୂପେଶ ବାଘେଲଙ୍କ ଭିଲାଇସ୍ଥିତ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚଢାଉ କରିଥିଲା । କୁହାଯାଉଛି ଯେ, ଚଢ଼ାଉ ପରେ ଇଡି ଦଳ ଭୂପେଶ ବାଘେଲଙ୍କ ପୁଅ ଚୈତନ୍ୟ ବାଘେଲଙ୍କୁ ଗିରଫ କରିଛି । ଏହା ସହ ଚଢ଼ାଉ ଏବେ ବି ଜାରି ରହିଥିବା ସାମ୍ନାକୁ ଆସିଛି । ସବୁଠୁ ବଡ଼ କଥା ହେଲା ଆଜି ହେଉଛି ଚୈତନ୍ୟ ବାଘେଲଙ୍କ ଜନ୍ମଦିନ । ଜନ୍ମଦିନରେ ତାଙ୍କୁ ଗିରଫ କରି ଇଡି ତାଙ୍କୁ ଉପହାର ଦେଇଥିବା ଭୂପେଶ ବାଘେଲ କହିଛନ୍ତି