ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ

ଭୁବନେଶ୍ୱର: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ରାଷ୍ଟ୍ରୀୟ ଉପସଭାପତି ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ। ପ୍ରଫେସର ଗଣେଶୀ ଲାଲଙ୍କ ଉତ୍ତରାଧିକାରୀ ଭାବରେ ଶ୍ରୀ ଦାସଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି। ରାଷ୍ଟ୍ରପତି ଭବନରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରଘୁବର ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବରେ ଅବସ୍ଥାପିତ ହେବେ।
ରଘୁବର ୫ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ଝାଡ଼ଖଣ୍ଡର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ। ସେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର ମଧ୍ୟ କାର୍ୟ୍ୟ କରିଛନ୍ତି।