ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ନୀତିକାନ୍ତିରେ ପୁଣି ବିଭ୍ରାଟ

ଭୁବନେଶ୍ବର : ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ନୀତିକାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ମଙ୍ଗଳଆଳତି ପରେ ମହାଦେବଙ୍କ ନୀତି ହୋଇନାହିଁ । ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡାଙ୍କ ମଧ୍ୟରେ ବିବାଦ ଯୋଗୁଁ ଉପାସ ରହିଛନ୍ତି ଶ୍ରୀଲିଙ୍ଗରାଜ ମହାପ୍ରଭୁ। ତେବେ ବାହ୍ୟ ପ୍ରଭାବରେ ପ୍ରଭାବିତ ହୋଇ ଦୁଇ ସେବାୟତ ଗୋଷ୍ଠୀଙ୍କ ମଧ୍ୟରେ କନ୍ଦଳ ଲାଗିରହିଥିବା ହେତୁ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି। ଠାକୁରଙ୍କ ସେବା ପାଇଁ ବଡୁ ନିଯୋଗଙ୍କୁ ଯେଉଁ ସମ୍ପତ୍ତି ଦିଆଯାଇଥିଲା ସେଠାରେ ସେମାନେ ନିର୍ମାଣ କାର୍ଯ୍ୟ କରୁଥିବାରୁ ଏହାକୁ ବିରୋଧ କରି ଅନ୍ୟ ସେବାୟତ ଗୋଷ୍ଠୀ ଠାକୁରଙ୍କ ନୀତି ବନ୍ଦ କରିଥିବା ସୂଚନା ମିଳିଛି।