ଆସୁଛି ଲଘୁଚାପ!

ଭୁବନେଶ୍ୱର: ବର୍ଷାରେ ଭିଜିପାରେ ଦଶହରା । ପୁଣି ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି । ଲଘୁଚାପ ଆସୁଥିବା ନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୦ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆକଳନ କରାଯାଇଛି ।
୧୯ରେ ଉତ୍ତର ଓଡ଼ିଶା ସମେତ ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡର କିଛି ଅଞ୍ଚଳରେ ବର୍ଷା ହେବ । ସେପଟେ ଶରତ ଆରମ୍ଭ ହୋଇଥିଲେ ରାଜ୍ୟରେ ଗରମ ଗୁଳୁଗୁଳି ଜାରି ରହିଛି । ଚଳିତ ବର୍ଷ ବିଳମ୍ବରେ ଶୀତ ଆସିବ । ଏଲ-ନିନୋ ପ୍ରଭାବ ଯୋଗୁ ଶୀତ ମଧ୍ୟ କମ ରହିବ । ଶୀତ ବିଳମ୍ବରେ ଆସି ଶୀଘ୍ର ପଳାଇବ ବୋଲି ଆକଳନ କରାଯାଇଛି ।