ସ୍କ୍ରବ୍ ଟାଇଫସ୍ : ସୁନ୍ଦରଗଡରେ ପୁଣି ଚିହ୍ନଟ ହେଲେ ୧୪ ରୋଗୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୪୮ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୪ ନୂଆ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ । ୮୬ଟି ରକ୍ତ ନମୁନା ମଧ୍ୟରୁ ୧୪ଟି ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୪୪କୁ ବୃଦ୍ଧି ପାଇଛି । ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ଭାବେ CUରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏହି ରୋଗ ଏକ ନିର୍ଦ୍ଦିଷ୍ଟ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି। ଲକ୍ଷଣ ଜଣା ପଡ଼ିଲେ ଡାକ୍ତର ପରାମର୍ଶ ନେବା ପାଇଁ CDMO ପରାମର୍ଶ ଦେଇଛନ୍ତି ।