୧୬ଟି ବିଭାଗରେ ୭୫୧୯ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ନବୀନ ଓଡିଶା ବ୍ଯୂର: ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ। ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ୫ଟି ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ। ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି, ଗ୍ରାମ ପଞ୍ଚାୟତ, ଶିକ୍ଷା ଅଧିକାରୀ, ଜିଲ୍ଲା, ବ୍ଲକ ସମସ୍ତଙ୍କ ଅବଦାନ ପାଇଁ ମିଳିଛି “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର”। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିଛନ୍ତି।