୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ଵର : ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ । ଅକ୍ଟୋବର ୪ ଯାଏଁ ଚାଲିବ ଅଧିବେଶନ । ଏଥର ମୋଟ ୧୩ ଦିନର କାର୍ୟ୍ୟ ଦିବସ ରହିଛି । ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ସେପ୍ଟେମ୍ବର ୨୧ରେ ପ୍ରଥମେ ବାଚସ୍ପତି ନିର୍ବାଚନ ହେବ। ସେପ୍ଟେମ୍ବରରେ ନାମାଙ୍କନ ଦାଖଲ ପାଇଁ ତାରିଖ ଧାର୍ୟ୍ୟ କରାଯାଇଛି । ତେବେ ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ବାଚସ୍ପତି ନିର୍ବାଚନ ହେବା ନେଇ ସୂଚନା ମିଳିଛି । ଏହାପରେ ସେପ୍ଟେମ୍ବର ୨୨ରେ ମୌସୁମୀ ଅଧିବେଶନର ଆରମ୍ଭ ହେବ । ଏହି ଅଧିବେଶନରେ ମୋଟ ୧୩ ଦିନର କାର୍ୟ୍ୟ ଦିବସ ରହିଛି ।