ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Aug 28, 2023 - 08:03
 3
ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ   । ସୁଖ୍ୟାତ ସାହିତ୍ୟିକ ଜୟନ୍ତ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାହିତ୍ୟ ଜଗତରେ ଏହା ଏକ ଅପୂରଣୀୟ ଶୂନ୍ୟସ୍ଥାନ । ଉଭୟ ଓଡ଼ିଆ ଏବଂ ଇଂରାଜୀ ସାହିତ୍ୟରେ ଅନନ୍ୟ ସୃଜନସୃଷ୍ଟି ତାଙ୍କୁ ସର୍ବଦା ଅମର କରି ରଖିବ । ମହାନ ସାହିତ୍ୟିକଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଖବର ଅନୁଯାୟୀ, ରବିବାର ରାତିରେ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରକୁ ସ୍ଥାନାନ୍ତର କରାଯାଇଥିଲା। ଅଗଷ୍ଟ ୪ ତାରିଖରେ ଜୟନ୍ତ ମହାପାତ୍ର ଅସୁସ୍ଥ ହୋଇପଡିବାରୁ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଆଧୁନିକ ଭାରତୀୟ ଇଂରାଜୀ ସାହିତ୍ୟର ଅଗ୍ରଗଣ୍ୟ ଭାବେ ପରିଗଣିତ ହୋଇଥାନ୍ତି ଜୟନ୍ତ ମହାପାତ୍ର। ସେ ଥିଲେ ପ୍ରଥମ କବି ଯେ କି ଇଂରାଜୀ ସାହିତ୍ୟ ପାଇଁ ସାହିତ୍ୟ ଏକାଡେମି ପୁରସ୍କାର ପାଇଥିଲେ।