ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ…

Jun 13, 2025 - 16:16
 3
ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ…

ନବୀନ ଓଡିଶା ବ୍ଯୂର: ନୂଆଦିଲ୍ଲୀ: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କଲା ଟାଟା ଗୃପ୍ । ଏନେଇ ଟାଟା ଗୃପ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ବହନ କରିବାକୁ ପ୍ରତିଶୃତି ଦେଇଛି ଟାଟା ଗୃପ୍ । କ୍ଷତିଗ୍ରସ୍ତ ମେଡିକାଲ କଲେଜ କୋଠା ସଜାଡ଼ିବାକୁ ମଧ୍ୟ ପ୍ରତିଶୃତି ଦେଇଛି ।ଅନ୍ୟପଟେ ଆଜି ଅପରାହ୍ନରେ ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବୋଇଂ ୭୮୭-୮ ଡ୍ରିମଲାଇନର୍ ବିମାନ (AI171) ଉଡ଼ାଣ ଭରିବାର କିଛି ମିନିଟ୍ ପରେ ମେଘାନୀ ନଗର ନିକଟସ୍ଥ ଏକ ଆବାସିକ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଯେଉଁଥିରେ ଥିଲେ ୨୪୨ ଜଣ ଲୋକ। କୁହାଯାଉଛି ଏହି ଦୁର୍ଘଟଣାରେ ମାତ୍ର ଜଣେ ଯାତ୍ରୀ ଜୀବିତ ଅଛନ୍ତି। ଏହାସହ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।