ଅନୁଗୁଳରେ ଷ୍ଟାଡିୟମ୍ ନିର୍ମାଣ ପାଇଁ ଜିନ୍ଦଲଙ୍କୁ ପ୍ରସ୍ତାବ

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ୍‌ ପାୱାର୍‌ର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

Aug 30, 2024 - 22:08
Aug 30, 2024 - 22:12
 4
ଅନୁଗୁଳରେ ଷ୍ଟାଡିୟମ୍ ନିର୍ମାଣ ପାଇଁ ଜିନ୍ଦଲଙ୍କୁ ପ୍ରସ୍ତାବ

ନବୀନ ଓଡିଶା ବ୍ଯୂର: ଭୁବନେଶ୍ବର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ୍‌ ପାୱାର୍‌ର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ଅନୁଗୁଳରେ ଏକ ବିଶ୍ବସ୍ତରୀୟ ଷ୍ଟାଡିୟମ୍‌ ନିର୍ମାଣ କରିବା ଲାଗି ଶ୍ରୀ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ରୀଡ଼ା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ। ଆମ ରାଜ୍ୟର ଗ୍ରାମାଞ୍ଚଳରେ ବହୁ ପ୍ରତିଭାବାନ୍ କ୍ରୀଡ଼ାବିତ୍‌ ରହିଛନ୍ତି।

 ସେମାନଙ୍କ ପ୍ରତିଭାର ଉନ୍ମେଷ ଲାଗି ଅନୁଗୁଳରେ ଏକ ଷ୍ଟାଡିୟମ୍‌ ନିର୍ମାଣ କରାଯାଉ ବୋଲି ସେ ଜିନ୍ଦଲଙ୍କୁ କହିଛନ୍ତି। ଶ୍ରୀ ଜିନ୍ଦଲ ଏହି ଅବସରରେ ଓଡିଶାରେ କମ୍ପାନି ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ। ଓଡିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ। ଶ୍ରୀ ଜିନ୍ଦଲ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ମଧ୍ୟ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି