ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ମମତା ମହାନ୍ତ I

Jul 31, 2024 - 21:57
 4
ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ମମତା ମହାନ୍ତ I

ନବୀନ ଓଡିଶା ବ୍ଯୂର: ଭୁବନେଶ୍ବର/ରାଇରଂଗପୁର: ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହେଲେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେପଟେ ମମତାଙ୍କ ପରବର୍ତ୍ତି ପଦକ୍ଷେପ କ’ଣ ରହିବ ତାକୁ ନେଇ ଉତ୍କଣ୍ଠା ବଢୁଛି।

ଭୁବନେଶ୍ବର/ରାଇରଂଗପୁର: ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହେଲେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେପଟେ ମମତାଙ୍କ ପରବର୍ତ୍ତି ପଦକ୍ଷେପ କ’ଣ ରହିବ ତାକୁ ନେଇ ଉତ୍କଣ୍ଠା ବଢୁଛି।

୨୦୧୧ରେ ରାଜନୀତିରେ ପାଦ ଥାପିଥିବା ମମତା ୨୦୧୨ରେ ବିଶୋଇ ବ୍ଲକ୍‌ର ୩୪ ନମ୍ବର ଜୋନ୍‌ରୁ ଜିଲ୍ଲା ପରିଷଦ ସଦସ୍ୟା ଭାବେ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସାଂଗଠନିକ ଦକ୍ଷତା ଓ ନେତୃତ୍ବ ନେବାର ସାମର୍ଥ୍ୟକୁ ଦୃଷ୍ଟିରେ ରଖି ତାଙ୍କୁ ମହିଳା ମୋର୍ଚ୍ଚା ସଭାପତି କରାଯାଇଥିଲା। ବି‌ଶେଷ କରି ମହିଳା ସ୍ବୟଂସହାୟିକା ଗୋଷ୍ଠୀ ସହିତ ତାଙ୍କର ସଂପୃକ୍ତି ଶୀର୍ଷ ନେତୃତ୍ବଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବ୍ରମ୍‌ଙ୍କ କାର୍ଯ୍ୟକାଳ ପୂରଣ ହେବା ପରେ ବିଜେଡି ଏଠାରୁ କାହାକୁ ରାଜ୍ୟସଭା ପଠାଇବ, ସେ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା। ଶେଷରେ କୁଡୁମୀ ସମ୍ପ୍ରଦାୟ ତଥା ଓବିସି ବର୍ଗର ମହିଳା ମମତାଙ୍କ ପ୍ରାର୍ଥିତ୍ବ ଉପରେ ମୋହର ଲଗାଇଥିଲେ ନବୀନ।