ହସ୍ପିଟାଲରେ ଭର୍ତ୍ତି ସ୍ୱରୂପ ନାୟକ

Oct 11, 2023 - 09:48
 9
ହସ୍ପିଟାଲରେ ଭର୍ତ୍ତି ସ୍ୱରୂପ ନାୟକ

କଟକ : ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ ଅସୁସ୍ଥ । ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କଟକ ଜଗତପୁର ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଦୀର୍ଘ ୪ ଦିନ ହେବ ସେଠାରେ ତାଙ୍କର ଚିକିତ୍ସା ଚାଲିଛି । ଥ୍ରୋଟ କ୍ୟାନ୍ସରରେ ଆକ୍ରାନ୍ତ ହୋଇଥିବା ସୂଚନା ।

ସୂଚନା ଥାଉକି ଅନେକ ଚଳଚ୍ଚିତ୍ରରେ ସ୍ୱରୂପ, ମୋଟ ୪୧ଟି ଓଡ଼ିଆ କଥାଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ ୩୦ଟି କଥାଚିତ୍ରରେ ଗୀତ ରଚନା କରିଛନ୍ତି । ୬ଟି କଥାଚିତ୍ରରେ ପ୍ରଚ୍ଛଦପଟ୍ଟ ଗାୟକ ଓ ୬ଟି କଥାଚିତ୍ରରେ ଅଭିନୟ କରିଛନ୍ତି । ୧୯୬୨ ମସିହାରେ ଜୟଦେବ କଥାଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ସେ ଅଭିନୟ ଆରମ୍ଭ କରିଥିଲେ ।

୧୯୮୪ ମସିହାର ହୀରାନୀଳା କଥାଚିତ୍ର ଥିଲା ସଙ୍ଗୀତକାର ଭାବରେ ତାଙ୍କର ପ୍ରଥମ ଚଳଚ୍ଚିତ୍ର । ୧୯୪୭ ଫେବୃୟାରୀ ୮ରେ ସ୍ୱରୂପ ନାୟକଙ୍କ ଜନ୍ମ ।