ଖାଦ୍ୟସୁରକ୍ଷା ଅବଧିକୁ ୫ ବର୍ଷକୁ ବୃଦ୍ଧି

the-government-has-extended-the-duration-of-the-state-food-security-scheme-by-another-5-years/

Dec 15, 2023 - 13:19
Dec 15, 2023 - 13:26
 5
ଖାଦ୍ୟସୁରକ୍ଷା  ଅବଧିକୁ ୫ ବର୍ଷକୁ  ବୃଦ୍ଧି

ନବୀନ ଓଡିଶା ବ୍ଯୂର:15.12.2023:ଭୁବନେଶ୍ୱର: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢ଼ିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁୟାରୀ ୧ରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ।

ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ। ରାଜ୍ୟର ଜଣେ ବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନ ହୁଏ ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।