ଓଡ଼ିଶାରୁ ଲୋକସଭା ନିର୍ବାଚନ ଲଢ଼ିବେ ଧର୍ମେନ୍ଦ୍ର ପ୍ରଧାନ 

Oct 6, 2023 - 15:25
Oct 6, 2023 - 15:29
 2
ଓଡ଼ିଶାରୁ ଲୋକସଭା ନିର୍ବାଚନ ଲଢ଼ିବେ ଧର୍ମେନ୍ଦ୍ର ପ୍ରଧାନ 

ନୂଆଦିଲ୍ଲୀ: ୨୦୨୪ ମସିହାରେ ହେବାକୁ ଥିବା ଲୋକସଭା ନିର୍ବାଚନରେ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାରୁ ଳଢ଼ିବା ପାଇଁ ଚାହୁଁଥିବା ପ୍ରକାଶ କରିଛନ୍ତି । ଏକ ଜାତୀୟ ଗଣମାଧ୍ୟମ ସଂସ୍ଥାକୁ ଦେଇଥିବା ସାକ୍ଷାତକାରରେ ଧର୍ମେନ୍ଦ୍ର ଦଳ ଦଳ ପାଖରେ ତାଙ୍କୁ ଓଡ଼ିଶାରୁ ଲୋକସଭା ନିର୍ବାଚନ ଲଢ଼ିବା ପାଇଁ ଏକ ସୁଯୋଗ ଦେବାକୁ ଅନୁରୋଧ କରିଥିବା ପ୍ରକାଶ କରିଛନ୍ତି ବୋଲି କହିଛନ୍ତି । ୨୦୨୪ ଲୋକସଭା ନିର୍ବାଚନକୁ ଆଉ କେଇ ମାସ ବାକି ରହିଥିବାବେଳେ ଆଜି ଏକ ସାକ୍ଷାତକାରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି । କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ସେ ଆସନ୍ତା ବର୍ଷ ଲୋକସଭା ନିର୍ବାଚନରେ ଓଡିଶାରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହୁଁଛନ୍ତି । ଏହି ସାକ୍ଷାତକାରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, “ମୁଁ ବିରୋଧୀ ମେଣ୍ଟ ‘ଇଣ୍ଡିଆ’କୁ ମଧ୍ୟ ଏକ ଆହ୍ୱାନ ବୋଲି ମନେ କରେ । ବିଜେପି ଏବଂ ଏନଡିଏର ଲୋକମାନେ କୌଣସି ନିର୍ବାଚନକୁ ହାଲୁକା ଭାବେ ଗ୍ରହଣ କରନ୍ତି ନାହିଁ ।