ନୂଆଁଖାଇ ପାଇଁ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

Sep 20, 2023 - 06:14
 2
ନୂଆଁଖାଇ ପାଇଁ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ଭାବର ସମର୍ପଣର ତିହାର ଗଣପର୍ବ ନୂଆଁଖାଇ ପାଇଁ ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡ଼ିଶା । ରାଗ ରୁଷା ଭୁଲି ଏକାତର ପର୍ବ ପାଳୁଛନ୍ତି ପଶ୍ଚିମ ଓଡିଶାବାସୀ । ଚାଷ ଚାଷୀ ଓ ପ୍ରକୃତିର ପର୍ବ ନୂଆଁଖାଇ । ଏ ନେଇ ଉଠୁଛି ପଡୁଛି ପଶ୍ଚିମ ଓଡ଼ିଶା । ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ନୂଆଁଖାଇର ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ଲେଖିଛନ୍ତି, ''କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ସମସ୍ତ ଦେଶବାସୀ, ବିଶେଷ କରି ଓଡିଶାବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା । ଧାନ ଅମଳର ଆନନ୍ଦ ଉଲ୍ଲାସ ଭିତରେ ଏହି ପର୍ବ ପାଳିତ ହୋଇଥାଏ । ନୂଆଁଖାଇ ଆମକୁ ଭ୍ରାତୃତ୍ବ ଓ ପାରସ୍ପରିକ ସୌହାର୍ଦ୍ଦର ବାର୍ତ୍ତା ଦେଇଥାଏ । ଏହି ଶୁଭ ଅବସରରେ ଦେଶ ତଥା ଦେଶବାସୀଙ୍କ ସୁଖ ସମୃଦ୍ଧି ନିମନ୍ତେ ମୁଁ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି ।''