ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ରବିନ୍ଦ୍ର ପ୍ରଧାନ ନିଲମ୍ବିତ

ଭୁବନେଶ୍ୱର : ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ରହିବା ଅଭିଯୋଗରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ରବିନ୍ଦ୍ର ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ନିଲମ୍ବନ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯାଉଛି ବୋଲି ବିଜେଡି ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କ ଦସ୍ତଖତ ସମ୍ବଳିତ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି । ସେହିଭଳି ବିଜୁ ଯୁବ ଜନତା ଦଳର ରାଜ୍ୟ ସମ୍ପାଦକ ପ୍ରକାଶ ପାଶ୍ୱାନଙ୍କୁ ତାଙ୍କ ପଦବୀରୁ ହଟାଇ ଦିଆଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ଦଳ ପକ୍ଷରୁ ପ୍ରକାଶ କରାଯାଇଛି ।