୬ ଦିନିଆ ଓଡ଼ିଶା ଗସ୍ତ, ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି
ନବୀନ ଓଡିଶା ବ୍ଯୂର:ଭୁବନେଶ୍ବର, ୨/୨ : ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବାୟୂସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଛନ୍ତି ।ଆସନ୍ତାକାଲି ଅପରାହ୍ନ ୫ଟାରେ ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ତାଳବଣିଆ ହେଲିପ୍ୟାଡ୍ରେ ପହଞ୍ଚିବେ । ଏହାପରେ ପୁରୀ ଲୋକଭବନ ଯାଇ ସେଠାରେ ରାତ୍ରିଯାପନ କରିବେ । ଆସନ୍ତା ୪ ତାରିଖରେ ଶ୍ବେତଗଙ୍ଗାରେ ରାଷ୍ଟ୍ରପତି ନିଜ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବା ସହ ଶ୍ରୀମନ୍ଦିରେ ମହାପ୍ରଭୁଙ୍କୁ ଦର୍ଶନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
